ଆଦି ପୁସ୍ତକ 39

ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।

Genesis 39:21 (UKJV) But the LORD was with Joseph, and showed him mercy, and gave him favour in the sight of the keeper of the prison.

19ସେତେବେଳେ “ତୁମ୍ଭର ଦାସ ମୋʼ ପ୍ରତି ଏପ୍ରକାର ବ୍ୟବହାର କରିଅଛି,” ଆପଣା ଭାର୍ଯ୍ୟାର ମୁଖରୁ ଏ କଥା ଶୁଣି ଯୋଷେଫଙ୍କର ପ୍ରଭୁ କ୍ରୋଧରେ ପ୍ରଜ୍ୱଳିତ ହେଲା।

20ଆଉ ଯୋଷେଫଙ୍କର ପ୍ରଭୁ ତାଙ୍କୁ ନେଇ ରାଜବନ୍ଦୀମାନଙ୍କ ବାସସ୍ଥାନ କାରାଗାରରେ ରଖିଲା; ତହୁଁ ଯୋଷେଫ ସେହି କାରାଗାରରେ ରହିଲେ।

21ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।

22ତହିଁରେ ସେହି କାରାରକ୍ଷକ ବନ୍ଦୀଶାଳାସ୍ଥିତ ସମସ୍ତ ବନ୍ଦୀଲୋକଙ୍କ ଭାର ଯୋଷେଫଙ୍କ ହସ୍ତରେ ସମର୍ପଣ କଲା; ପୁଣି, ସେମାନେ ଯାହା କଲେ, ସେହି ସକଳର କର୍ତ୍ତା ସେ ହେଲେ।

23କାରାରକ୍ଷକ ଯୋଷେଫଙ୍କର ହସ୍ତଗତ କୌଣସି ବିଷୟରେ ଦୃଷ୍ଟିପାତ କଲା ନାହିଁ, କାରଣ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ଥିଲେ; ପୁଣି, ସେ ଯାହା କଲେ, ସଦାପ୍ରଭୁ ତାହା ସିଦ୍ଧ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.