ଆଦି ପୁସ୍ତକ 39

ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।”

Genesis 39:7 (UKJV) And it came to pass after these things, that his master's wife cast her eyes upon Joseph; and she said, Lie with me.

5ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।

6ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।

7ଆଉ ଉକ୍ତ ଘଟଣା ଉତ୍ତାରେ ତାଙ୍କର ପ୍ରଭୁର ଭାର୍ଯ୍ୟା ଯୋଷେଫଙ୍କ ଉପରେ ଦୃଷ୍ଟି ପକାଇବାକୁ ଲାଗିଲା; ତହୁଁ ତାଙ୍କୁ କହିଲା, “ତୁମ୍ଭେ ମୋʼ ସଙ୍ଗେ ଶୟନ କର।”

8ମାତ୍ର ଯୋଷେଫ ଅସ୍ୱୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, “ଦେଖ, ଏ ଗୃହରେ ଯାହା ଅଛି ମୋʼ ପ୍ରଭୁ ତହିଁର ତତ୍ତ୍ୱ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ୱ ସମର୍ପଣ କରିଅଛନ୍ତି।

9ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.