ଆଦି ପୁସ୍ତକ 4

ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”

Genesis 4:1 (UKJV) And Adam had sexual contact with Eve his wife; and she conceived, and bare Cain, and said, I have got a man from the LORD.

1ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”

2ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।

3ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.