9ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”
10ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
11ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
12ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
13କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।