ଆଦି ପୁସ୍ତକ 4

ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।

Genesis 4:16 (UKJV) And Cain went out from the presence of the LORD, and dwelt in the land of Nod, on the east of Eden.

14ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”

15ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

16ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।

17ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।

18ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.