18ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।
19ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
20ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
21ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
22ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।