ଆଦି ପୁସ୍ତକ 4

ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।

Genesis 4:21 (UKJV) And his brother's name was Jubal: he was the father of all such as handle the harp and organ.

19ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।

20ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।

21ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।

22ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।

23ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.