23ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
24ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
25ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
26ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।