4ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
5ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
6ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ?
7ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
8ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।