1ଏହିସବୁ ଘଟଣା ଉତ୍ତାରେ ମିସରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।
2ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,
3ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।