ଆଦି ପୁସ୍ତକ 40

ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।

Genesis 40:12 (UKJV) And Joseph said unto him, This is the interpretation of it: The three branches are three days:

10ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।

11ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”

12ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।

13ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।

14ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.