ଆଦି ପୁସ୍ତକ 40

ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”

Genesis 40:17 (UKJV) And in the uppermost basket there was of all manner of baked food for Pharaoh; and the birds did eat them out of the basket upon my head.

15କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।”

16ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।

17ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”

18ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ।

19ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.