16ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।
17ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”
18ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ।
19ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”
20ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।