18ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ।
19ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”
20ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
21ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।
22ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ;