2ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,
3ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।
4ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛି ଦିନ କାରାଗାରରେ ରହିଲେ।
5ଏଥିଉତ୍ତାରେ ମିସରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇ ଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।
6ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।