4ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛି ଦିନ କାରାଗାରରେ ରହିଲେ।
5ଏଥିଉତ୍ତାରେ ମିସରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇ ଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।
6ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।
7ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି?”
8ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”