ଆଦି ପୁସ୍ତକ 40

ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା,

Genesis 40:9 (UKJV) And the chief butler told his dream to Joseph, and said to him, In my dream, behold, a vine was before me;

7ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି?”

8ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”

9ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା,

10ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।

11ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.