8ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।
9ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, “ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।
10ଫାରୋ ଆପଣା ଦାସ ମୋʼ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖିଥିଲେ।
11ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ୱପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ୱପ୍ନର ଦୁଇ ପ୍ରକାର ଅର୍ଥ ହେଲା।
12ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା।