9ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, “ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।
10ଫାରୋ ଆପଣା ଦାସ ମୋʼ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖିଥିଲେ।
11ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ୱପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ୱପ୍ନର ଦୁଇ ପ୍ରକାର ଅର୍ଥ ହେଲା।
12ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା।
13ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।”