12ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା।
13ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।”
14ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ।
15ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରିପାର।”
16ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”