16ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”
17ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭ ସ୍ୱପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ।
18ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
19ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୋଟି ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ।
20ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ।