21ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା।
22ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା।
23ତହିଁ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୋଟି ଶିଷା ଉତ୍ପନ୍ନ ହେଲା।
24ପୁଣି, ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା। ଏହି ସ୍ୱପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ।”
25ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।