ଆଦି ପୁସ୍ତକ 41

ତହିଁ ପଶ୍ଚାତ୍‍ ଉତ୍ଥିତ ସେହି ସାତୋଟି କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୋଟି ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ।

Genesis 41:27 (UKJV) And the seven thin and ill favoured cattle that came up after them are seven years; and the seven empty ears blasted with the east wind shall be seven years of famine.

25ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।

26ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ୱରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ୱରୂପ, ସ୍ୱପ୍ନ ଏକମାତ୍ର।

27ତହିଁ ପଶ୍ଚାତ୍‍ ଉତ୍ଥିତ ସେହି ସାତୋଟି କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୋଟି ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ।

28ମୁଁ ଫାରୋଙ୍କୁ କହିଅଛି: ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଅଛନ୍ତି।

29ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.