26ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ୱରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ୱରୂପ, ସ୍ୱପ୍ନ ଏକମାତ୍ର।
27ତହିଁ ପଶ୍ଚାତ୍ ଉତ୍ଥିତ ସେହି ସାତୋଟି କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୋଟି ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ।
28ମୁଁ ଫାରୋଙ୍କୁ କହିଅଛି: ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଅଛନ୍ତି।
29ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି।
30ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।