1ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି।
2ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
3ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।
4ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।
5ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା।