29ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି।
30ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।
31ପୁଣି, ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ।
32ଫାରୋ ଦୁଇ ଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।
33ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।