ଆଦି ପୁସ୍ତକ 41

ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।

Genesis 41:33 (UKJV) Now therefore let Pharaoh look out a man discreet and wise, and set him over the land of Egypt.

31ପୁଣି, ପଶ୍ଚାଦ୍‍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ।

32ଫାରୋ ଦୁଇ ଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।

33ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।

34ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ।

35ଅର୍ଥାତ୍‍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି, ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.