33ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।
34ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ।
35ଅର୍ଥାତ୍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି, ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ।
36ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ।”
37ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା।