ଆଦି ପୁସ୍ତକ 41

ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”

Genesis 41:38 (UKJV) And Pharaoh said unto his servants, Can we find such a one as this is, a man in whom the Spirit of God is?

36ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ।”

37ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା।

38ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”

39ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;

40ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.