ଆଦି ପୁସ୍ତକ 41

ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”

Genesis 41:40 (UKJV) You shall be over my house, and according unto your word shall all my people be ruled: only in the throne will I be greater than you.

38ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”

39ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;

40ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”

41ଫାରୋ ଯୋଷେଫଙ୍କୁ ଆହୁରି କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ।”

42ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.