ଆଦି ପୁସ୍ତକ 41

ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।

Genesis 41:42 (UKJV) And Pharaoh took off his ring from his hand, and put it upon Joseph's hand, and arrayed him in vestures of fine linen, and put a gold chain about his neck;

40ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”

41ଫାରୋ ଯୋଷେଫଙ୍କୁ ଆହୁରି କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ।”

42ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।

43ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ “ଆଣ୍ଠୁ ପାତ ଆଣ୍ଠୁ ପାତ” ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।

44ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.