44ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।”
45ପୁଣି, ଫାରୋ ଯୋଷେଫଙ୍କର ନାମ “ସାଫନତ୍-ପାନେହ ରଖିଲେ;” ପୁଣି, ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।
46ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।
47ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।
48ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହାସବୁ ସେହି ସେହି ନଗରରେ ସଞ୍ଚୟ କଲେ।