ଆଦି ପୁସ୍ତକ 41

ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।

Genesis 41:47 (UKJV) And in the seven abundant years the earth brought forth by handfuls.

45ପୁଣି, ଫାରୋ ଯୋଷେଫଙ୍କର ନାମ “ସାଫନତ୍‍-ପାନେହ ରଖିଲେ;” ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।

46ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।

47ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।

48ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହାସବୁ ସେହି ସେହି ନଗରରେ ସଞ୍ଚୟ କଲେ।

49ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.