ଆଦି ପୁସ୍ତକ 41

ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା।

Genesis 41:49 (UKJV) And Joseph gathered corn as the sand of the sea, very much, until he left numbering; for it was without number.

47ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।

48ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହାସବୁ ସେହି ସେହି ନଗରରେ ସଞ୍ଚୟ କଲେ।

49ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା।

50ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇ ପୁତ୍ର ଜାତ ହୋଇଥିଲେ, ଓନ୍‍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା।

51ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.