ଆଦି ପୁସ୍ତକ 41

ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା।

Genesis 41:5 (UKJV) And he slept and dreamed the second time: and, behold, seven ears of corn came up upon one stalk, rank and good.

3ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।

4ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।

5ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା।

6ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।

7ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନ-ମାତ୍ର ଜ୍ଞାତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.