50ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇ ପୁତ୍ର ଜାତ ହୋଇଥିଲେ, ଓନ୍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା।
51ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”
52ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”
53ଏଥିଉତ୍ତାରେ ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା।
54ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।