ଆଦି ପୁସ୍ତକ 41

ଏଥିଉତ୍ତାରେ ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା।

Genesis 41:53 (UKJV) And the seven years of plenteousness, that was in the land of Egypt, were ended.

51ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”

52ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”

53ଏଥିଉତ୍ତାରେ ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା।

54ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।

55ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସରୀୟ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.