ଆଦି ପୁସ୍ତକ 41

ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।

Genesis 41:56 (UKJV) And the famine was over all the face of the earth: and Joseph opened all the storehouses, and sold unto the Egyptians; and the famine waxed sore in the land of Egypt.

54ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।

55ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସରୀୟ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।”

56ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।

57ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.