ଆଦି ପୁସ୍ତକ 41

ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।

Genesis 41:6 (UKJV) And, behold, seven thin ears and blasted with the east wind sprung up after them.

4ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।

5ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା।

6ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।

7ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନ-ମାତ୍ର ଜ୍ଞାତ ହେଲା।

8ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍‍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.