ଆଦି ପୁସ୍ତକ 42

ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?”

Genesis 42:1 (UKJV) Now when Jacob saw that there was corn in Egypt, Jacob said unto his sons, Why do all of you look one upon another?

1ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?”

2ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”

3ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.