ଆଦି ପୁସ୍ତକ 42

ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।

Genesis 42:10 (UKJV) And they said unto him, Nay, my lord, but to buy food are your servants come.

8ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।

9ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”

10ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।

11ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।”

12ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.