ଆଦି ପୁସ୍ତକ 42

ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।”

Genesis 42:11 (UKJV) We are all one man's sons; we are true men, your servants are no spies.

9ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”

10ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।

11ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।”

12ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”

13ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.