ଆଦି ପୁସ୍ତକ 42

ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ।

Genesis 42:17 (UKJV) And he put them all together into ward three days.

15ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।

16ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।”

17ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ।

18ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।

19ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.