ଆଦି ପୁସ୍ତକ 42

ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।

Genesis 42:20 (UKJV) But bring your youngest brother unto me; so shall your words be verified, and all of you shall not die. And they did so.

18ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।

19ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।

20ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।

21ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”

22ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.