19ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।
20ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।
21ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”
22ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”
23ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ;