22ସେତେବେଳେ ରୁବେନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”
23ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ;
24ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।
25ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,
26ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।