25ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,
26ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।
27ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।
28ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋʼ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି?”
29ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ,