ଆଦି ପୁସ୍ତକ 42

ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।

Genesis 42:3 (UKJV) And Joseph's ten brethren went down to buy corn in Egypt.

1ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?”

2ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”

3ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।

4ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍‍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”

5ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.