28ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋʼ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି?”
29ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ,
30“ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।
31ତହିଁରେ ଆମ୍ଭେମାନେ ତାକୁ କହିଲୁ, ‘ଆମ୍ଭେମାନେ ସଚ୍ଚୋଟ ଲୋକ, ଚୋର ନୋହୁଁ,
32ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।’