29ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ,
30“ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।
31ତହିଁରେ ଆମ୍ଭେମାନେ ତାକୁ କହିଲୁ, ‘ଆମ୍ଭେମାନେ ସଚ୍ଚୋଟ ଲୋକ, ଚୋର ନୋହୁଁ,
32ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।’
33ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ‘ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନିଯାଅ।